ବିଭାଗ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ଆଜି ନୂତନ ମନ୍ତ୍ରୀମଣ୍ଡଳ ଗଠନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ମୋହନଙ୍କ ହାତରେ ଅର୍ଥ ବିଭାଗ

ଭୁବନେଶ୍ବର, ୧୫/୦୬: ରାଜ୍ୟରେ ନୂତନ ସରକାର ଗଠନ ହେବା ପରେ ଆଜି ନୂତନ ମନ୍ତ୍ରୀମଣ୍ଡଳ ଗଠନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହ, ସାଧାରଣ ପ୍ରଶାସନ ଓ ଜନଅଭିଯୋଗ, ଅର୍ଥ, ସୂଚନା ଓ ଲୋକସମ୍ପର୍କ, ଜଳସମ୍ପଦ, ଯୋଜନା ଓ ସମନ୍ଵୟ ବିଭାଗ ଦାୟିତ୍ୱ ନେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ କୃଷି ଓ କୃଷକ ସଶକ୍ତୀକରଣ ଓ ଶକ୍ତି, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ବିଭାଗ ଦିଆଯାଇଛି।

କ୍ୟାବିନେଟ୍ ମନ୍ତ୍ରୀ:

ସୁରେଶ ପୂଜାରୀ: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା।

ରବି ନାରାୟଣ ନାୟକ: ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ।

ନିତ୍ୟାନନ୍ଦ ଗଣ୍ଡ: ବିଦ୍ୟାଳୟ ଓ ଗଣଶିକ୍ଷା; ଏସଟି ଓ ଏସସି ବିକାଶ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ; ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ

କୃଷ୍ଣଚନ୍ଦ୍ର ପାତ୍ର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା

ପୃଥ୍ୱୀରାଜ ହରିଚନ୍ଦନ: ଆଇନ, ପୂର୍ତ୍ତ ଓ ଅବକାରୀ।

ମୁକେଶ ମହାଲିଙ୍ଗ: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା।

ବିଭୂତି ଭୂଷଣ ଜେନା: ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି।

କୃଷ୍ଣଚନ୍ଦ୍ର ମହାପାତ୍ର: ଗୃହ ନିର୍ମାଣ ଓ ନଗର ଉନ୍ନୟନ, ସାର୍ବଜନୀନ ଉଦ୍ୟୋଗ

ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ):

ଗଣେଶ ରାମ ସିଂଖୁଣ୍ଟିଆ: ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ, ଶ୍ରମ ଏବଂ କର୍ମଚାରୀ ରାଜ୍ୟ ବୀମା।

ସୂର୍ଯ୍ୟବଂଶୀ ସୁରଜ: ଉଚ୍ଚଶିକ୍ଷା; କ୍ରୀଡ଼ା ଓ ଯୁବ ସେବା; ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ।

ପ୍ରଦୀପ ବଳ ସାମନ୍ତ: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ।

ଗୋକୁଳାନନ୍ଦ ମଲ୍ଲିକ: ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ; ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ।

ସମ୍ପଦ ଚନ୍ଦ୍ର ସ୍ୱାଇଁ: ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା।