ସମ୍ବଲପୁର ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

ନିର୍ବାଚନ ଜିତିବା ପରେ ପ୍ରଥମ ଥର ପାଇଁ ସମ୍ବଲପୁର ଜିଲ୍ଲା ଗସ୍ତରେ ଅଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ସମଲେଶ୍ଵରୀ ପୀଠରେ ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର, ୧୬/୦୬: ନିର୍ବାଚନ ଜିତିବା ପରେ ପ୍ରଥମ ଥର ପାଇଁ ସମ୍ବଲପୁର ଜିଲ୍ଲା ଗସ୍ତରେ ଅଛନ୍ତି ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମ୍ବଲପୁର ଗସ୍ତ କରି ସେ ମା’ ସମଲେଶ୍ୱରୀଙ୍କୁ ପୂଜାର୍ଚ୍ଚନା କରିଥିଲେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଥିଲେ ଯେ ମା’ ସମଲେଶ୍ୱରୀଙ୍କ ଆଶୀର୍ବାଦରେ ଓଡ଼ିଶାରେ ବିଜେପି ସରକାର ଗଠନ ହୋଇଛି। ଏହି ବିଜୟ ପାଇଁ କେନ୍ଦ୍ରମନ୍ତ୍ରୀ ସମ୍ବଲପୁରବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସମ୍ବଲପୁରକୁ ଦେଶର ଏକ ଅଗ୍ରଣୀ ସହରରେ ପରିଣତ କରିବା ପାଇଁ ଅଞ୍ଚଳବାସୀ ତାଙ୍କୁ ଦାୟିତ୍ୱ ଦେଇଛନ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି।