ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ପରିଚାଳନା ସମୀକ୍ଷା ବୈଠକ

ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହିତ ରଥଯାତ୍ରା ଓ ସ୍ନାନ ପୂର୍ଣ୍ଣିମା ପରିଚାଳନା ପାଇଁ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ରାଜ୍ୟ ଅତିଥି ଭବନରେ ବୈଠକ ଅନୁଷ୍ଠିତ

ଭୁବନେଶ୍ବର, ୧୬/୦୬: ରଥଯାତ୍ରାକୁ ନେଇ ପ୍ରଥମ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ ଅତିଥି ଭବନରେ ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପରିଚାଳନା ପାଇଁ ରାଜ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ସମୀକ୍ଷା ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରବୀନ୍ଦ୍ର ପାଢୀ, ଉନ୍ନୟନ କମିଶନର ଅନୁ ଗର୍ଗ, ପ୍ରମୁଖ ଉପସ୍ଥିତ ଥିଲେ।