ନବୀନ ବିରୋଧୀ ଦଳ ନେତା

ଶଙ୍ଖ ଭବନରେ ବିଜେଡିର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି।

ବିଜେଡିର ବିଧାୟକ ଦଳ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ବର, ୧୯/୦୬: ବିଧାୟକ ଦଳ ନେତା ବାଛିଲା ବିଜେଡି। ବିଜେଡି ବିଧାୟକ ଦଳକୁ ନେଇ ଶଙ୍ଖ ଭବନରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ବରିଷ୍ଠ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ବିରୋଧୀ ଦଳ ଉପନେତା, ପ୍ରମିଳା ମଲ୍ଲିକ ବିରୋଧୀ ଦଳ ମୁଖ୍ୟ ସଚେତକ ଓ ପ୍ରତାପ ଦେବ ଉପମୁଖ୍ୟ ସଚେତକ ଭାବେ ନିର୍ବାଚିତ ହୋଇଛନ୍ତି।