କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ

କାମଚଳା ବାଚସ୍ପତି ଭାବେ ଭର୍ତ୍ତୃହରି ମହତାବଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ପାଠ କରାଇଛନ୍ତି।

ଆଜିଠୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ

ନୂଆଦିଲ୍ଲୀ, ୨୪/୦୬: କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଇ କରାଇଛନ୍ତି। ଆସନ୍ତା ଜୁନ୍ ୨୬ରେ ଲୋକସଭା ବାଚସ୍ପତି ନିର୍ବାଚିତ ହେବେ। ନୂଆ ବାଚସ୍ପତି ନିର୍ବାଚିତ ହେବା ପର୍ଯ୍ୟନ୍ତ କାମଚଳା ବାଚସ୍ପତି ଲୋକସଭାର ପ୍ରଥମ କିଛି ଅଧିବେଶନରେ ଅଧ୍ୟକ୍ଷତା କରି ନୂତନ ବାଚସ୍ପତି ଓ ଉପବାଚସ୍ପତି ନିର୍ବାଚନ ହେବା ପର୍ଯ୍ୟନ୍ତ କାର୍ଯ୍ୟ ପରିଚାଳନା କରିବେ।

ଆଜିଠୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ ଆଜି ଆରମ୍ଭ ହୋଇ ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହା ପରେ ଜୁଲାଇ ୨୨ରେ ମୌସୁମୀ ଅଧିବେଶନ ଆରମ୍ଭ ହେବ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ନବନିର୍ବାଚିତ ୨୮୦ ଜଣ ସାଂସଦ ଶପଥ ଗ୍ରହଣ କରିବେ। ଆସନ୍ତାକାଲି ୨୬୩ ଜଣ ସାଂସଦ ଶପଥ ଗ୍ରହଣ କରିବେ। ସମସ୍ତ ସାଂସଦଙ୍କୁ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଶପଥ ପାଠ କରାଇବେ।