ମନୋଜ ଆହୁଜା ଓଡ଼ିଶାର ମୁଖ୍ୟ ଶାସନ ସଚିବ

ଓଡ଼ିଶାର ନୂତନ ମୁଖ୍ୟ ଶାସନ ସଚିବ ଭାବେ ମନୋଜ ଆହୁଜାଙ୍କୁ ନିଯୁକ୍ତ କରାଯାଇଛି।

ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ବର, ୨୮/୦୬: ବରିଷ୍ଠ ଆଇଏଏସ୍ ଅଫିସର ମନୋଜ ଆହୁଜାଙ୍କୁ ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ କରାଯାଇଛି। ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଜାରି କରାଯାଇଛି। ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ୬ ମାସର କାର୍ଯ୍ୟକାଳ ଜୁନ୍ ୩୦ରେ ଶେଷ ହେବ। ଓଡ଼ିଶାକୁ ଆସିବା ପୂର୍ବରୁ ଶ୍ରୀ ଆହୁଜା ଭାରତ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟର ସଚିବ ଭାବେ କାର୍ଯ୍ୟ କରିଥିଲେ।

ଶ୍ରୀ ଆହୁଜା କେନ୍ଦ୍ରରେ କାର୍ମିକ ପ୍ରଶିକ୍ଷଣ ଓ ସାଧାରଣ ପ୍ରଶାସନ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଏବଂ ଓଡ଼ିଶାରେ ଇସ୍ପାତ ଓ ଖଣି ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର/ସଚିବ ଏବଂ ତା’ ସହିତ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ, ଶିକ୍ଷା ମନ୍ତ୍ରଣାଳୟର ଅଧ୍ୟକ୍ଷ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି।