ଖୁବ୍ ଶୀଘ୍ର ବୁଷ୍ଟର ଡୋଜ୍ ନେଇ ସୁସ୍ଥ ରହିବାକୁ ଓଡିଶାବାସୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶାର ଜନସାଧାରଣଙ୍କୁ ଭିଡ଼ିଓ ବାର୍ତ୍ତା ଜରିଆରେ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କୋଭିଡ୍ ମହାମାରୀ ବିରୋଧୀ ଲଢ଼େଇକୁ ମଜବୁତ୍ କରିବା ପାଇଁ ଭାରତ ସରକାରଙ୍କ ତରଫରୁ ଅମୃତ ମହୋତ୍ସବ ଅବସରରେ ଜୁଲାଇ ୧୫ରୁ ଆରମ୍ଭ ହୋଇଥିବା ୭୫ ଦିନିଆ ସ୍ବତନ୍ତ୍ର ଅଭିଯାନରେ ସାମିଲ ହୋଇ ଖୁବ ଶୀଘ୍ର ବୁଷ୍ଟର ଡ଼ୋଜ୍ ନେଇ ସୁସ୍ଥ ରହିବା ପାଇଁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ଏହି ବାର୍ତ୍ତା ମାଧ୍ୟମରେ ସେ କହିଛନ୍ତି ଯେ, ଆଜି ଦେଶରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଆଖି ଆଗରେ ରଖି ଦେଶ ଓ ପ୍ରତ୍ୟେକ ନାଗରିକଙ୍କ ସୁରକ୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବରେ ଭାରତ ସରକାର ଦ୍ରୁତ ଟିକାକରଣ ଉପରେ ଗୁରୁତ୍ବ ଦେଉଛନ୍ତି । କୋଭିଡ଼୍ ଲଢ଼େଇର ମାତ୍ର ୧୮ ମାସ ମଧ୍ୟରେ ୨୦୦ କୋଟିରୁ ଅଧିକ ଟିକାକରଣ କରାଇ ଭାରତ ସାରା ବିଶ୍ବରେ ଇତିହାସ ରଚିଛି, ଯାହା ଖୁସିର ବିଷୟ ।