ଓଡ଼ିଶାର ଜଷ୍ଟିସ ବିଦ୍ୟୁତ ଷଡଙ୍ଗୀ ହେଲେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି

ରାଷ୍ଟ୍ରପତିଙ୍କ ଦ୍ୱାରା ନିଯୁକ୍ତି ପାଇଲେ ଜଷ୍ଟିସ ଷଡ଼ଙ୍ଗୀ

ନୂଆଦିଲ୍ଲୀ, ୦୩/୦୭: ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡି. ୱାଇ ଚନ୍ଦ୍ରଚୂଡ଼ଙ୍କ ପରାମର୍ଶକ୍ରମେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ନିଯୁକ୍ତି ଦେଇଛନ୍ତି ଏବଂ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ୍ ଚନ୍ଦ୍ରଶେଖରଙ୍କୁ ରାଜସ୍ଥାନ ହାଇକୋର୍ଟକୁ ସ୍ଥାନାନ୍ତର କରାଯାଇଛି ବୋଲି କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏକ୍ସ ମାଧ୍ୟମରେ ସୂଚନା ଦେଇଛନ୍ତି।

ଜଷ୍ଟିସ ଷଡ଼ଙ୍ଗୀ ୨୦୧୩ ଜୁନ୍ ୨୦ ତାରିଖରେ ଓଡ଼ିଶା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ୨୦୨୩ ମସିହା ଅକ୍ଟୋବର ୩ ତାରିଖରେ ତତ୍କାଳୀନ ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପାତ୍ରଙ୍କ ଅବସର ପରେ ସେ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ।