ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାଏକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ନବୀନ

ପୂର୍ବତନ ମନ୍ତ୍ରୀ ବିଶିଷ୍ଟ ଜନନେତା ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ଦକ୍ଷ ପ୍ରଶାସକ ଭାବେ ସର୍ବଦା ସ୍ମରଣୀୟ ରହିବେ: ନବୀନ

ଭୁବନେଶ୍ୱର, ୦୫/୦୭: ପୂର୍ବତନ ମନ୍ତ୍ରୀ ତଥା ବିଶିଷ୍ଟ ଜନନେତା ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ନାୟକ ବିଜୁ ବାବୁଙ୍କର ଘନିଷ୍ଠ ସହଯୋଗୀ ଥିଲେ। ଲୋକପ୍ରିୟ ଜନ ନେତା, ଦକ୍ଷ ପ୍ରଶାସକ ଓ ସଂଗଠକ ସହିତ ସାଧାରଣ ଜୀବନରେ ସ୍ୱଛତା ଓ ସାଧୁତା ପାଇଁ ସେ ସ୍ମରଣୀୟ ହୋଇ ରହିବେ। ଜଣେ ମନ୍ତ୍ରୀ ଓ ବିଧାୟକ ଭାବେ ତାଙ୍କର ଉଚ୍ଚକୋଟୀର ପ୍ରଦର୍ଶନ ପାଇଁ ଓଡିଶା ରାଜନୀତିରେ ସୁରେନ୍ଦ୍ର ବାବୁ ସ୍ୱତନ୍ତ୍ର ସ୍ଥାନର ଅଧିକାରୀ। ତାଙ୍କର ପରଲୋକ ରାଜ୍ୟ ପାଇଁ ଓ ବିଜୁ ଜନତା ଦଳ ପାଇଁ ଏକ ବଡ କ୍ଷତି ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି। ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଶ୍ରୀ ପଟ୍ଟନାୟକ ଗଭୀର ସମବେଦନା ଜଣାଇଛନ୍ତି।