ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାଏକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ରାଜ୍ୟ ପାଇଁ ଅପୂରଣୀୟ କ୍ଷତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୦୫/୦୭: ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱର୍ଗତ ନାୟକ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ସାଧାରଣ ଲୋକଙ୍କ ହୃଦୟରେ ତାଙ୍କର ସ୍ୱତନ୍ତ୍ର ସ୍ଥାନ ରହିଥିଲା। ଜଣେ ବିଧାୟକ ଓ ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କ ବିୟୋଗ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଆତ୍ମାର ସଦଗତି କାମନା କରିଛନ୍ତି।