୧୦ ଯାଏଁ ପ୍ରବଳ ବର୍ଷା: ଆଇଏମଡିର ପୂର୍ବାନୁମାନ

ଗତ ୨୪ ଘଣ୍ଟାରେ ଅନୁଗୁଳରେ ସର୍ବାଧିକ ବର୍ଷା ରେକର୍ଡ

ଭୁବନେଶ୍ବର, ୦୫/୦୭: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଜୁଲାଇ ୯ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ଜାରି ରହିବ।

ସେହିପରି ୯ ତାରିଖରେ ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଜୁଲାଇ ୧୦ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ବ୍ୟତୀତ ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି।