ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହ ପ୍ରଭାରୀ ନିଯୁକ୍ତ କଲା ବିଜେପି

ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହ ପ୍ରଭାରୀ ଘୋଷଣା କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା।

ବିଜୟପାଲ ସିଂହ ତୋମାର ଓଡ଼ିଶା ପ୍ରଭାରୀ

ନୂଆଦିଲ୍ଲୀ, ୦୫/୦୭: ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ନିଯୁକ୍ତ କରିଛି ବିଜେପି। ଏ ନେଇ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଘୋଷଣା କରିଛନ୍ତି। ଘୋଷଣା ଅନୁଯାୟୀ, ବରିଷ୍ଠ ନେତା ବିଜୟପାଲ ସିଂହ ତୋମାରଙ୍କୁ ଓଡ଼ିଶା ପ୍ରଭାରୀ ଏବଂ ଲତା ଉସେଣ୍ଡିଙ୍କୁ ସହ ପ୍ରଭାରୀ ଦାୟିତ୍ୱ ଦିଆଯାଇଛି।

ଓଡ଼ିଶାର ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ କେରଳ ପ୍ରଭାରୀ ଦାୟିତ୍ୱ ଦିଆଯାଇଥିବା ବେଳେ ଓ ପୁରୀ ସାଂସଦ ସମ୍ବିତ ପାତ୍ରଙ୍କୁ ଉତ୍ତର ପୂର୍ବାଞ୍ଚଳ ରାଜ୍ୟ ସଂଯୋଜକ ଭାବେ ନିଯୁକ୍ତ କରାଯାଇଛି। ସେହିପରି ପୂର୍ବତନ କେନ୍ଦ୍ର ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି ମୁରଲୀଧରନଙ୍କୁ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକର ଯୁଗ୍ମ ସଂଯୋଜକ ଭାବେ ନିଯୁକ୍ତି ଦିଆଯାଇଛି। କେରଳ ପ୍ରଭାରୀ ଭାବରେ ପ୍ରକାଶ ଜାଭଡେକରଙ୍କୁ ନିଯୁକ୍ତ କରାଯାଇଛି। ବରିଷ୍ଠ ନେତା ବିନୋଦ ତାୱଡେ ବିହାର ପ୍ରଭାରୀ, ଅନୀଲ ଆଣ୍ଟୋନିଙ୍କୁ ମେଘାଳୟ ଓ ନାଗାଲାଣ୍ଡ, ଦୁଷ୍ୟନ୍ତ କୁମାର ଗୌତମଙ୍କୁ ଉତ୍ତରାଖଣ୍ଡ ଏବଂ ବିଜୟ ରୂପାନୀଙ୍କୁ ପଞ୍ଜାବ ପ୍ରଭାରୀ ଦାୟିତ୍ୱ ମିଳିଛି।