ଜୁଲାଇ ୧୫ରେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଜନସାଧାରଣଙ୍କ ପାଇଁ ଖୋଲିବ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ବର, ୧୩/୦୭: ଆସନ୍ତା ଜୁଲାଇ ୧୫ ତାରିଖ ଅର୍ଥାତ୍ ସୋମବାର ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବାହ୍ନ ୧୧ଟାରୁ ୧ଟା ପର୍ଯ୍ୟନ୍ତ ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଅଭିଯୋଗର ଶୁଣାଣି କରିବେ। ସେହିଦିନ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ କରାଯିବ ବୋଲି ସୂଚନା ମିଳିଛି।