ଜୁଲାଇ ୨୨ରେ ଆରମ୍ଭ ବିଧାନସଭା ଅଧିବେଶନ

ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ବର, ୧୯/୦୭: ଆସନ୍ତା ଜୁଲାଇ ୨୨ରେ ବନ୍ଦ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ଜୁଲାଇ ୨୨ରୁ ଆରମ୍ଭ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।