ପିତାମ୍ବର ଆଚାର୍ଯ୍ୟ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତ

ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର, ୧୯/୦୭: ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଓଡ଼ିଶାର ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟପାଳ। ଏ ନେଇ ଆଇନ ବିଭାଗ ପକ୍ଷରୁ ଏକ ସ୍ବତନ୍ତ୍ର ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି।

ଉଲ୍ଲେଖଯୋଗ୍ୟ ଯେ, ପିତାମ୍ବର ଆଚାର୍ଯ୍ୟ ବିଜେପିର ଉପାଧ୍ୟକ୍ଷ ଓ ମୁଖପାତ୍ର ରହିଛନ୍ତି। ଏହା ସହ ୨୦୧୯ ନିର୍ବାଚନରେ ନବୀନ ପଟ୍ଟନାୟକଙ୍କ ବିପକ୍ଷରେ ହିଞ୍ଜିଳି ବିଧାନସଭା ଆସନରୁ ଲଢିଥିଲେ।