ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ କାରକେଡ୍

ଆଜି ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ।

ନବୀନଙ୍କୁ ଭେଟିଲେ ମୋହନ

ଭୁବନେଶ୍ବର, ୨୧/୦୭: ନବୀନ ନିବାସ ଯାଇ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତାକାଲିଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ। ସର୍ବଦଳୀୟ ବୈଠକରେ ଯୋଗ ଦେବାକୁ ନବୀନଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଏହା ସହ ବିଧାନସଭାର ସମସ୍ତ କାର୍ଯ୍ୟ ଦିବସରେ ଯୋଗ ଦେବାକୁ ଅନୁରୋଧ କରିଛନ୍ତି। ଓଡ଼ିଶା ବିକାଶ ପାଇଁ ଗଠନମୂଳକ ପ୍ରସ୍ତାବ ଦେବାକୁ ଅନୁରୋଧ କରିଛନ୍ତି। ଆଜି ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ।