ପିସିସି ଭଙ୍ଗ କଲା ଏଆଇସିସି

ରାମଚନ୍ଦ୍ର କାଡାମ କଂଗ୍ରେସ ବିଧାୟକ ଦଳ ନେତା

ଭୁବନେଶ୍ବର, ୨୧/୦୭: ପଟ୍ଟାଙ୍ଗୀ ବିଧାୟକ ରାମଚନ୍ଦ୍ର କାଡାମଙ୍କୁ କଂଗ୍ରେସ ବିଧାୟକ ଦଳର ନେତା ଭାବେ ନିଯୁକ୍ତ କରାଯାଇଛି। ଅଶୋକ ଦାସଙ୍କୁ କଂଗ୍ରେସ ବିଧାୟକ ଦଳର ଉପନେତା ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଡଃ ସିଏସ୍ ରାଜେନ୍ ଏକ୍କାଙ୍କୁ ଦଳର ମୁଖ୍ୟ ସଚେତକ ଭାବେ ଦାୟିତ୍ବ ଦିଆଯାଇଛି। ଏହି ନିଯୁକ୍ତି ନେଇ ଏଆଇସିସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଆଜି ପିସିସି ଓ ସମସ୍ତ କମିଟି ଭଙ୍ଗ କରିଛି ଅଖିଳ ଭାରତୀୟ କଂଗ୍ରେସ କମିଟି ବା ଏଆଇସିସି। ଜିଲ୍ଲା, ବ୍ଲକ ଓ ମଣ୍ଡଳସ୍ତରୀୟ କମିଟି ଭଙ୍ଗ କରିଛି ଏଆଇସିସି। ନୂତନ ଡିସିସି ସଭାପତି ନିଯୁକ୍ତ ନ ହେବା ପର୍ଯ୍ୟନ୍ତ ବର୍ତ୍ତମାନର ଡିସିସି ସଭାପତିମାନେ କାର୍ଯ୍ୟକାରୀ ସଭାପତି ଭାବରେ କାର୍ଯ୍ୟ କରିବେ।