ଭୁବନେଶ୍ବର, ୨୨/୦୭: ଆସନ୍ତାକାଲି ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ରାଜ୍ୟପାଳଙ୍କ ଅଭିଭାଷଣ ପରେ ଶୋକପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାର ପୂର୍ବତନ ରାଜ୍ୟପାଳ ସ୍ୱର୍ଗତ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ, ପୂର୍ବତନ ଉପବାଚସ୍ପତି ସ୍ୱର୍ଗତ ସୁରେନ୍ଦ୍ରନାଥ ନାଏକ, ପୂର୍ବତନ ଉପବାଚସ୍ପତି ତଥା ମନ୍ତ୍ରୀ ସ୍ୱର୍ଗତ ଦାମୋଦର ରାଉତ, ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଡମ୍ବରୁଧର ଉଲାକା, ପୂର୍ବତନ ମନ୍ତ୍ରୀ କମଳା ଦାସ, ପୂର୍ବତନ ମନ୍ତ୍ରୀ ଭି. ସୁଜ୍ଞାନ କୁମାରୀ ଦେଓ, ପୂର୍ବତନ ବିଧାୟକ ଆଦିତ୍ୟ ମାଢୀ, ପୂର୍ବତନ ବିଧାୟିକା ପଦ୍ମଶ୍ରୀ କମଳା ପୂଜାରୀ, ସମାଜସେବୀ ସ୍ୱର୍ଗତ ହିଂମାଶୁ ଶେଖର ରଥ ପ୍ରମୁଖ ଦିବଙ୍ଗତ ମାନଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଥିଲା। ଏହା ପରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହା ପରେ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି।