୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ନୀତି ଆୟୋଗ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୩/୦୭: ଆସନ୍ତା ଜୁଲାଇ ୨୬ରୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଆସନ୍ତା ଜୁଲାଇ ୨୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଯାଉଥିବା ନୀତି ଆୟୋଗର ଗଭର୍ଣ୍ଣିଂ କାଉନସିଲର ନବମ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ଜୁଲାଇ ୨୯ ତାରିଖରେ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି।