ପ୍ରଥମେ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଲେ ମମତା ମହନ୍ତ

କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ପଦରୁ ଇସ୍ତଫା ଦେଲେ ବିଜେଡି ରାଜ୍ୟସଭା ସାଂସଦ ମମତା ମହନ୍ତ

କିଛି ସମୟ ପରେ ବିଜେଡିରୁ ଦେଲେ ଇସ୍ତଫା

ଭୁବନେଶ୍ବର, ୩୧/୦୭: ଆଜି ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବିଜେଡି ସାଂସଦ ମମତା ମହନ୍ତ। ୨୦୨୦ରେ ବିଜେଡିରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା ମମତା ମହନ୍ତ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ ନିକଟକୁ ତାଙ୍କ ଇସ୍ତଫା ପତ୍ର ପଠାଇଥିଲେ। ଏ ନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ଏ ସମ୍ପର୍କରେ ସୂଚନା ଦେଇଥିଲେ। ୨୦୨୬ ଏପ୍ରିଲ ମାସରେ ମମତା ମହନ୍ତଙ୍କ କାର୍ଯ୍ୟକାଳ ପୂରିବାର ଥିଲା।

ଏହାର କିଛି ସମୟ ପରେ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଛନ୍ତି ମମତା ମହନ୍ତ। ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ତାଙ୍କ ଇସ୍ତଫା ପତ୍ର ପଠାଇଥିଲେ। ଏନେଇ ସେ ନିଜର ସୋସିଆଲ ମିଡିଆ ଆକାଉଣ୍ଟ ଜରିଆରେ ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ‘ଆଜି ମୋର ସେବାର ଆବଶ୍ୟକତା ବିଜେଡ଼ି ଅନୁଭବ କରୁନାହିଁ । ମୁଁ ଯେହେତୁ ଲୋକଙ୍କ ନେତା ଏବଂ ସେମାନଙ୍କ ସେବା ହିଁ ମୋର ମୁଖ୍ୟ ଧ୍ୟେୟ, ସେଥିପାଇଁ ମୁଁ ସେ ଦଳରେ ରହିବାର ଆବଶ୍ୟକତା ଅନୁଭବ କଲି ନାହିଁ। ସେଥିପାଇଁ ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟତା ଏବଂ ରାଜ୍ୟସଭା ସଭ୍ୟ ପଦରୁ ଇସ୍ତଫା ଦେଲି।