ଆସନ୍ତା ୨୪ ଘଣ୍ଟାରେ ୩ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଥିବା ଓ୍ବେଲ୍ ମାର୍କଡ୍ ଲୋପ୍ରେସର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବ । ଏହା ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ନେଇ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏହା ବ୍ୟତୀତ ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନଗିରି, କୋରାପୁଟ,ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡିରେ ମଧ୍ୟ ଅନେକ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣପାଗ ବିଜ୍ଞାନ କେନ୍ଦ୍ର । ତେବେ ଏହି ଅବପାତ ଯୋଗୁଁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ବର୍ତ୍ତମାନ ମୌସୁମୀ ବାୟୁ ସକ୍ରିୟ ରହିଛି ।