ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ

ଆଜି ଅଭିଯୋଗ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ଖୁବଶୀଘ୍ର ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି

ଭୁବନେଶ୍ବର, ୫/୮: ଭୁବନେଶ୍ୱରସ୍ଥିତ ରାଜ୍ୟ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣିଛନ୍ତି ରାଜ୍ୟ ସରକାର। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏବଂ ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଆଜି ମନ୍ତ୍ରୀମଣ୍ଡଳ ପୂର୍ବାହ୍ନ ୧୧ଟାରୁ ୧ଟା ପର୍ଯ୍ୟନ୍ତ ଅଭିଯୋଗ ପ୍ରକୋଷ୍ଠରେ ଜନ ଅଭିଯୋଗର ଶୁଣାଣି କରିଛନ୍ତି। ଏଥିପାଇଁ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପଞ୍ଜୀକରଣ କରା ଯାଇଥିଲା। ଅଭିଯୋଗ ଶୁଣିବା ପରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଦେଇଛନ୍ତି ପ୍ରତିଶ୍ରୁତି ଦେବା ସହିତ ଆଜି ହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଜଣେ ଭିନ୍ନକ୍ଷମ ମହିଳାଙ୍କୁ ରୋଜଗାର ଦେବା ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି।