ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ-ସୁରକ୍ଷାବାହିନୀ ମଧ୍ୟରେ ଗୁଳିବିନିମୟ

୨ ଯବାନ ସହିଦ, ୩ ଆହତ

ଜମ୍ମୁ-କାଶ୍ମୀର, ୧୦/୮: ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲ୍ଲାରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟରେ ୨ ଯବାନ ସହିଦ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ଅନନ୍ତନାଗ ଜିଲ୍ଲାର କୋକରନାଗ ଅଞ୍ଚଳରେ ଭାରତୀୟ ସେନା, ଜମ୍ମୁ-କାଶ୍ମୀର ପୁଲିସ ଓ ସିଆରପିଏଫର ମିଳିତ ଅପରେସନ ଆରମ୍ଭ ହୋଇଥିଲା।

ସୁରକ୍ଷା ବାହିନୀ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ ଚଳାଇଥିବା ବେଳେ ଜଙ୍ଗଲରେ ଲୁଚି ରହିଥିବା ଆତଙ୍କବାଦୀମାନେ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହି ଗୁଳିବିନିମୟରେ ୫ ଜଣ ସେନା ଯବାନ ଆହତ ହୋଇଥିବା ବେଳେ ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ଜଣେ ସାଧାରଣ ଲୋକ ମଧ୍ୟ ଆହତ ହୋଇଛନ୍ତି।