ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧୨/୮: ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆଜି ସଂଧ୍ୟା ୮ଟାରେ ଦିଲ୍ଲୀ ଗସ୍ତରେ ବାହାରିବେ।

ଏହା ସହ ଓଡ଼ିଶାରେ ଜାତୀୟ ରାଜପଥ ନିର୍ମାଣ ନେଇ ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍ଏଚ୍ଏଆଇ) ସହ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀ ଅନେକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସଡ଼କ ଓ ରେଳ ପ୍ରକଳ୍ପ ପ୍ରସଙ୍ଗରେ ଆଲୋଚନା କରିବେ।