ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଜାତୀୟ ରାଜପଥ ସମୀକ୍ଷା ବୈଠକରେ ଯୋଗ ଦେବେ

ଭୁବନେଶ୍ଵର, ୧୨/୮: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତାକାଲି ସେ ପୂର୍ବାହ୍ନରେ ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରାଳୟ ଦ୍ବାରା ଆୟୋଜିତ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ଅଗଷ୍ଟ ୧୪ ତାରିଖ ପୂର୍ବାହ୍ନରେ ଭୁବନେଶ୍ୱର ଫେରିବେ।