ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉପସ୍ଥିତ

ନୂଆଦିଲ୍ଲୀ, ୧୩/୮: ନୂଆଦିଲ୍ଲୀରେ ଅନୁଷ୍ଠିତ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନୀତିନ ଗଡକରିଙ୍କ ସହିତ ରାଜ୍ୟ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଅଛନ୍ତି।

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନୀତିନ ଗଡକରିଙ୍କୁ ଭେଟିବା ସହ ଏହି ବୈଠକରେ ଓଡିଶାର ଦାବି ସମ୍ପର୍କରେ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାର କୋଷ୍ଟାଲ ହାଇୱେ ଓ ସଡକ ନେଟୱାର୍କ କିପରି ସୁଦୃଢ଼ ହୋଇପାରିବ, ସେ ନେଇ ତଥ୍ୟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଲ୍ଲେଖଯୋଗ୍ୟ, ଗତ କାଲିଠାରୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ।