ପାରାଦୀପ ସ୍ଥିତ ଜେଏସଡବ୍ଲୁ ଉତ୍କଳ ଷ୍ଟିଲ କାର୍ଯ୍ୟାଳୟ ପରିସରରେ ୭୮ ତମ ସ୍ବାଧୀନତା ଦିବସ ପାଳିତ

ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରାଦୀପ, ୧୬/୮: ପାରାଦୀପ ସ୍ଥିତ ଜେଏସଡବ୍ଲୁ ଉତ୍କଳ ଷ୍ଟିଲ କାର୍ଯ୍ୟାଳୟ ପରିସରରେ ୭୮ ତମ ସ୍ବାଧୀନତା ଦିବସ ପାଳନ କରାଯାଇଛି। ଏହି ଉତ୍ସବରେ ଜେଏସଡବ୍ଲୁ ଗ୍ରୁପର ବରିଷ୍ଠ ଅଧିକାରୀ ସତ୍ୟ ପ୍ରକାଶ ରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ। ଦେଶର ସ୍ବାଧୀନତା ପାଇଁ ତ୍ୟାଗ ଓ ବଳିଦାନ ଦେଇଥିବା ସେହି ମହାନ ସ୍ବାଧୀନତା ସଂଗ୍ରାମୀମାନଙ୍କୁ ପ୍ରଣାମ ଜଣାଇଥିଲେ। ଏଥି ସହିତ ଜେଏସଡବ୍ଲୁ କମ୍ପାନୀର ଆଭିମୁଖ୍ୟ ଓ ଏହାର ଅଭିବୃଦ୍ଧି ସମ୍ପର୍କରେ ଅବଗତ କରାଇଥିଲେ। ଏହି ଅବସରରେ କମ୍ପାନୀର ସୁରକ୍ଷା ବିଭାଗରେ ଉଲ୍ଲେଖନୀୟ ଅବଦାନ ପାଇଁ ସୁରକ୍ଷାକର୍ମୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହା ପରେ କାର୍ଯ୍ୟରତ କର୍ମଚାରୀ ଓ ଅଧିକାରୀମାନଙ୍କ ପରିବାର ପକ୍ଷରୁ ଏକ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି ଉତ୍ସବରେ ସ୍ଥାନୀୟ କାର୍ଯ୍ୟାଳୟର ବହୁ ବରିଷ୍ଠ ଅଧିକାରୀଙ୍କ ସମେତ ସମସ୍ତ ଅଧିକାରୀ, କର୍ମଚାରୀ ଓ ସେମାନଙ୍କ ପରିବାରବର୍ଗ ଉପସ୍ଥିତ ଥିଲେ।