୨ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଆଇଏମଡିର ପୂର୍ବାନୁମାନ

ଭୁବନେଶ୍ୱର, ୧୯/୮: ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଆଇଏମଡିର ସଦ୍ୟତମ ପୂର୍ବାନୁମାନ ଅନୁଯାୟୀ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଅଗଷ୍ଟ ୨୧ ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୨ ଓ ୨୩ରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୪ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।