ଜାରି ରହିବ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନା

ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି

ଭୁବନେଶ୍ବର, ୨୨/୮: ରାଜ୍ୟରେ କର୍ମଜୀବୀ ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାର ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଜାରି ରଖିବେ। କର୍ମଜୀବୀ ସାମ୍ବାଦିକଙ୍କ ପାଇଁ ଏହି ସ୍ୱାସ୍ଥ୍ୟ ବୀମା ଯୋଜନାର ନବୀକରଣ ଉପରେ ବିଚାର ଚାଲିଛି। ଅନୁମୋଦନ ମିଳିବା ପରେ ନିର୍ଦ୍ଧାରିତ ସମୟ ପୂର୍ବରୁ ନବୀକରଣ ପ୍ରକ୍ରିୟା ଶେଷ ହେବ ବୋଲି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। ଏହି ଯୋଜନା ଜାରି ରହିବ ଏବଂ ଖୁବଶୀଘ୍ର ସ୍ୱାସ୍ଥ୍ୟ କାର୍ଡ ନବୀକରଣ ଶେଷ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଉଲ୍ଲେଖଯୋଗ୍ୟ, ୨୦୧୮ ମସିହାରୁ ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକ ଓ ସେମାନଙ୍କ ପରିବାରକୁ ସରକାର ସ୍ୱାସ୍ଥ୍ୟ ବୀମା ଯୋଗାଇ ଦେଉଛନ୍ତି। ପ୍ରତିବର୍ଷ ଅଗଷ୍ଟ ମାସରେ ସ୍ୱାସ୍ଥ୍ୟ ବୀମା କାର୍ଡର ନବୀକରଣ ହେଉଥିବା ବେଳେ ଚଳିତ ବର୍ଷ ସରକାର ବଦଳିବା ପରେ ଏଯାଏଁ ନବୀକରଣ ପ୍ରକ୍ରିୟା ଆରମ୍ଭ ହୋଇନାହିଁ।