ଓଡ଼ିଶାରେ ହେବନି ହାଇକୋର୍ଟ ବେଞ୍ଚ

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା

ଭୁବନେଶ୍ବର, ୦୨/୦୯: ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ସ୍ଥାପନ ହେବାର ସମ୍ଭାବନା ନାହିଁ। ବିଧାନସଭାରେ ବଲାଙ୍ଗୀର ବିଧାୟକ କଳିକେଶ ସିଂହଦେଓଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ରଖି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବଲାଙ୍ଗୀରରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ ସରକାରଙ୍କ ପାଖରେ ପ୍ରସ୍ତାବ ଅଛି କି ବୋଲି କଳିକେଶ ପ୍ରଶ୍ନ କରିଥିଲେ। ଏ ସଂକ୍ରାନ୍ତରେ ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ଓଡିଶାର କୌଣସି ବି ସ୍ଥାନରେ ହାଇକୋର୍ଟ ବେଞ୍ଚ ସ୍ଥାପନ ହେବନାହିଁ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ। ଉଲ୍ଲେଖଯୋଗ୍ୟ, ବଲାଙ୍ଗୀରରେ ହାଇକୋର୍ଟ ବେଞ୍ଚ ସ୍ଥାପନ ପାଇଁ ଦୀର୍ଘ ବର୍ଷ ଧରି ଦାବି କରି ଆସୁଥିଲେ ପଶ୍ଚିମ ଓଡ଼ିଶାବାସୀ। ଏହି ଦାବିରେ ଅନେକ ଦିନ ଧରି ଓକିଲ ସଂଘ ଧର୍ମଘଟ ମଧ୍ୟ କରିଥିଲେ।