ଚଳିତ ବର୍ଷ ଆରମ୍ଭ ହେବ ସହିଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନା

ବିଧାନସଭାରେ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା

ଭୁବନେଶ୍ବର, ୦୫/୦୯: ରାଜ୍ୟର ଅନୁସୂଚିତ ଜାତି, ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ଚଳିତ ବର୍ଷଠାରୁ ସହିଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନା କାର୍ଯ୍ୟକାରୀ କରାଯିବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି।

ଅଭାବ ହେତୁ ଅଧାରୁ ପାଠ ଛାଡୁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ନୂଆ ଯୋଜନା ସହିଦ ମାଧୋ ସିଂହ ହାତ ଖର୍ଚ୍ଚ ଛାତ୍ରବୃତ୍ତିକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛି। ଏହି ଯୋଜନାରେ ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫ ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ। ଚଳିତ ବର୍ଷ ୩ ଲକ୍ଷ ଛାତ୍ରଛାତ୍ରୀ ଏହି ଯୋଜନାରେ ଉପକୃତ ହେବେ ବୋଲି ମନ୍ତ୍ରୀ କହିଛନ୍ତି।