ଆସନ୍ତାକାଲି ମାଲକାନଗିରି ଓ ଗଞ୍ଜାମରେ ପ୍ରବଳ ବର୍ଷା

ଦୁଇ ଜିଲ୍ଲାରେ ସ୍କୁଲ ଓ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ଘୋଷଣା

ମାଲକାନଗିରି/ଗଞ୍ଜାମ, ୦୯/୦୯: ମାଲକାନଗିରି ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ମଙ୍ଗଳବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦୁଇ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ତେବେ ବିଦ୍ୟାଳୟର ଶିକ୍ଷକ ଓ ଅନ୍ୟାନ୍ୟ କର୍ମଚାରୀଙ୍କୁ ପୂର୍ବଭଳି ସ୍କୁଲରେ ଉପସ୍ଥିତ ରହିବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି।