୭୦ ବର୍ଷରୁ ଊର୍ଦ୍ଧ୍ବ ବୟସ୍କଙ୍କୁ ଆୟୁଷ୍ମାନ ଯୋଜନାରେ ସାମିଲ ପାଇଁ କ୍ୟାବିନେଟର ଅନୁମୋଦନ

ବାର୍ଷିକ ୫ ଲକ୍ଷ ଟଙ୍କାର ମାଗଣା ସ୍ୱାସ୍ଥ୍ୟ ବୀମା ଯୋଗାଇ ଦିଆଯିବ।

ଉପକୃତ ହେବେ ୬ କୋଟି ବରିଷ୍ଠ ନାଗରିକ

ନୂଆଦିଲ୍ଲୀ, ୧୧/୦୯: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଅଧୀନରେ ୭୦ ବର୍ଷ କିମ୍ବା ତା’ଠାରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱାସ୍ଥ୍ୟ ବୀମା ସଂପ୍ରସାରଣକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍ ଅନୁମୋଦନ କରିଛି।

କ୍ୟାବିନେଟ୍ ବୈଠକ ପରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇ କହିଛନ୍ତି, ୭୦ ବର୍ଷ ଓ ଏହାଠୁ ଉର୍ଦ୍ଧ୍ଵ ବୟସ୍କ ବ୍ୟକ୍ତିଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ। ଏହା ଦ୍ୱାରା ୪.୫ କୋଟି ପରିବାରର ୬ କୋଟି ବରିଷ୍ଠ ନାଗରିକ ବାର୍ଷିକ ୫ ଲକ୍ଷ ଟଙ୍କାର ମାଗଣା ସ୍ୱାସ୍ଥ୍ୟ ବୀମା ସୁବିଧା ପାଇବେ ବୋଲି ମନ୍ତ୍ରୀ କହିଛନ୍ତି। ଏହି ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ଏକ ନୂଆ କାର୍ଡ ପ୍ରଦାନ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।