୧୭ରେ ପ୍ରଥମାର୍ଦ୍ଧରେ ବିଏମସି ଅଞ୍ଚଳରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ

ବିଏମସି ଅଞ୍ଚଳରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।

ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ବର, ୧୪/୦୯: ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ ହେବାକୁ ଯାଉଛି ରାଜ୍ୟର ଫ୍ଲାଗ ସିପ୍ ଯୋଜନା ‘ସୁଭଦ୍ରା ଯୋଜନା’। ଏହି କାର୍ଯ୍ୟକ୍ରମରେ ଭୁବନେଶ୍ବର ଜନତା ମଇଦାନରେ ଏକ ବିଶାଳ ସାଧାରଣ ସଭା ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ୧୭ ତାରିଖ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସରକାରୀ କାର୍ଯ୍ୟାଳୟ ତଥା ରାଜସ୍ୱ ଏବଂ ମ୍ୟାଜିଷ୍ଟେରିଆଲ କୋର୍ଟ(କାର୍ଯ୍ୟନିର୍ବାହୀ)କୁ ବନ୍ଦ ଘୋଷଣା କରିଛନ୍ତି ରାଜ୍ୟ ସରକାର।ସେହିପରି ସେଦିନ ଭୁବନେଶ୍ବରର ସ୍କୁଲ ଓ କଲେଜ ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଏ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।