ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ

ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ଓ ବିରୋଧୀ ଦଳ ନେତା

ଭୁବନେଶ୍ବର, ୧୭/୦୯: ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ତଥା ବିଜେପି ନେତା ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା ସହ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି। ଏହା ସହ ବିଶ୍ୱଭୂଷଣଙ୍କ ଶୀଘ୍ର ଆରୋଗ୍ୟ କାମନା କରିଥିଲେ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ହରିଚନ୍ଦନଙ୍କ ପୁଅ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।

ଅନ୍ୟପଟେ ଛତିଶଗଡର ପୂର୍ବତନ ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ। ବିଶ୍ୱଭୂଷଣ ହରିଚନ୍ଦନଙ୍କ ଅସୁସ୍ଥତା ଖବର ପାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଶ୍ରୀ ହରିଚନ୍ଦନଙ୍କ ପୁଅ ତଥା ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କୁ ଫୋନ୍ କରି ବିଶ୍ୱଭୂଷଣ ବାବୁଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ।