୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୩ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୧୭୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୮ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୩୭ ଜଣ, ଖୋର୍ଦ୍ଧାରୁ ୭୭ ଜଣ, ମୟୂରଭଞ୍ଜରୁ ୪୦ ଜଣ, କଳାହାଣ୍ଡିରୁ ୩୯ ଜଣ, ନୂଆପଡ଼ାରୁ ୩୮ ଜଣ, ବଲାଙ୍ଗୀରରୁ ୩୬ ଜଣ, ନବରଙ୍ଗପୁରରୁ ୨୩ ଜଣ, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୨୨ ଜଣ ଲେଖାଁଏ, ନୟାଗଡ଼ ଓ ସୋନପୁର ଜିଲ୍ଲାରୁ ୧୭ ଜଣ ଲେଖାଁଏ, କଟକ ଓ କଳାହାଣ୍ଡି ଜିଲ୍ଲାରୁ ୧୪ ଜଣ ଲେଖାଁଏ, କେନ୍ଦୁଝରରୁ ୧୧ ଜଣ, ବାଲେଶ୍ବରରୁ ୧୦ ଜଣ, ରାୟଗଡ଼ାରୁ ୯ ଜଣ, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୭ ଜଣ ଲେଖାଁଏ, ଗଜପତିରୁ ୬ ଜଣ, ବୌଦ୍ଧରୁ ୫ ଜଣ, ଦେବଗଡ଼ରୁ ୪ ଜଣ, ଜଗତସିଂହପୁରରୁ ୩ ଜଣ, ଭଦ୍ରକ ଓ କୋରାପୁଟ ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଁଏ, ଏବଂ ଷ୍ଟେଟ୍ ପୁଲ୍‌ରୁ ୧୭ ଜଣ ଆକ୍ରାନ୍ତ ରହିଛନ୍ତି।