ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା

ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ। ନଦୀର ମଥାନୀ ଠାରେ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ଦିନ ୮ଟା ସୁଧା ୬.୨୮ ମିଟର ଉପରେ ଜଳସ୍ତର ରହିଛି। ଲଘୁଚାପ ଯୋଗୁଁ ଉପରମୁଣ୍ଡରେ ମୟୁରଭଞ୍ଜ ଜିଲ୍ଲାର ସୁଳିଆପଦା, ମୋରଡା, ତିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ଲଗାଣ ବର୍ଷା ହେବା କାରଣରୁ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି।

ବସ୍ତା ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ୭ରୁ ଅଧିକ ପଞ୍ଚାୟତର ଚାଷ ଜମିରେ ପାଣି ପ୍ରବେଶ କରୁଥିବା ବେଳେ ପତ୍ରଝଡ଼ା, ସଦାନନ୍ଦପୁର, ବାହାର୍ଦା, ମଥାନୀ, ଦୁଧହଂସା, ରାଉତପଡା, ଗଡପଦା, କୁଡିଆ, ବାସିଚକୁରାଇ, ଦରଡା, ବ୍ରାହ୍ମଣଦା, ବରୁଣଗଡିଆ ଏବଂ ସଦର ବ୍ଲକର ୨ ଟି ପଞ୍ଚାୟତ ରସୁଲପୁର ଏବଂ ଶ୍ରୀରାମପୁର ପଞ୍ଚାୟତରେ ଥିବା ଗାଁ ମଧ୍ୟରେ ବନ୍ୟା ପାଣି ପ୍ରବେଶ କରିବାର ସମ୍ଭାବନା ରହିଛି । ରାତି ସମୟରେ ନଦୀରେ ଜଳସ୍ତର ବଢ଼ୁଥିବାରୁ ତଳିଆ ଅଞ୍ଚଳରେ ଥିବା ୭ରୁ ଅଧିକ ପଞ୍ଚାୟତର ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି।