ଶଙ୍ଖ ଭବନରେ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ପ୍ରସ୍ତୁତି ବୈଠକ

ବରିଷ୍ଠ ନେତୃବୃନ୍ଦଙ୍କ ସହ ନବୀନ ପଟ୍ଟନାୟକଙ୍କ ବିଚାର ବିମର୍ଶ।

ଗାନ୍ଧୀ ଜୟନ୍ତୀରୁ ପଦଯାତ୍ରା, ଗୋପବନ୍ଧୁଙ୍କ ଜୟନ୍ତୀରୁ ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ୱର, ୨୭/୦୯: ଆଜି ବିଜେଡି ରାଜ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଯାଇଛି ପଦଯାତ୍ରା ଓ ସଭ୍ୟ ସଂଗ୍ରହ ପ୍ରସ୍ତୁତି ବୈଠକ। ଏହି ଅବସରରେ ବିଜେଡି ସଭାପତି ନବୀନ ପଟ୍ଟନାୟକ କହିଥିଲେ, ପ୍ରତିବର୍ଷ ପରି ବିଜେଡିର ଜନ ସମ୍ପର୍କ ପଦଯାତ୍ରା ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ। ଅକ୍ଟୋବର ୬ରେ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଶେଷ ହେବ। ପୂଜା ପରେ ଅକ୍ଟୋବର ୨୧ରୁ ଅକ୍ଟୋବର ୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ପଦଯାତ୍ରା ଜାରି ରହିବ। ସେହିପରି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅକ୍ଟୋବର ୯ ତାରିଖରୁ ଡିସେମ୍ବର ୯ ତାରିଖ ଦୁଇ ମାସ ପର୍ଯ୍ୟନ୍ତ ସଭ୍ୟ ସଂଗ୍ରହ ଅଭିଯାନ ଜାରୀ ରହିବ ବୋଲି ଘୋଷଣା କରିଥିଲେ।

ସୋସିଆଲ ମିଡିଆକୁ ଅଧିକ ସକ୍ରିୟ କରିବା ସହିତ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନର ବିପୁଳ ସଫଳତା ଦିଗରେ ନିଷ୍ଠାପର ଭାବରେ କାର୍ଯ୍ୟ କରିବା ପାଇଁ ଶ୍ରୀ ପଟ୍ଟନାୟକ ଦଳୀୟ ନେତୃବୃନ୍ଦ ଓ ପଦାଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ।

ବିଜେଡି ସମନ୍ୱୟ କମିଟିର ମୁଖ୍ୟ ବରିଷ୍ଠ ନେତା ଶ୍ରୀ ଦେବୀ ପ୍ରସାଦ ମିଶ୍ର ସ୍ୱାଗତ ଭାଷଣ ଦେଇଥିଲେ। ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ଶ୍ରୀ ସଞ୍ଜୟ ଦାସ ବର୍ମା, ଶ୍ରୀ ଅତନୁ ସବ୍ୟସାଚୀ ନାୟକ, ଶ୍ରୀ ଅରୁଣ ସାହୁ, ଶ୍ରୀ ଗଣେଶ୍ୱର ବେହେରା, ଶ୍ରୀ ଚନ୍ଦ୍ରଶେଖର ସାହୁ, ଶ୍ରୀ ସୁଦାମ ମାର୍ଣ୍ଡି, ଶ୍ରୀ ବିକ୍ରମ ଆରୁଖ, ଶ୍ରୀ ଅଶୋକ ପଣ୍ଡା, ଶ୍ରୀ ବଦ୍ରୀ ପାତ୍ର, ଶ୍ରୀ ଦେବୀରଞ୍ଜନ ମିଶ୍ର, ଦୀପାଳୀ ଦାସ ଓ ଶ୍ରୀ ଦିବ୍ୟ ଶଙ୍କର ମିଶ୍ର ପ୍ରମୁଖ ଆଗାମୀ ଦିନରେ ସଙ୍ଗଠନକୁ ଆହୁରି ମଜବୁତ୍‌ କରିବା ପାଇଁ ସୁଚିନ୍ତିତ ପରାମର୍ଶ ଦେଇଥିଲେ।