ବିଶ୍ବରେ ଆତଙ୍କବାଦର କୌଣସି ସ୍ଥାନ ନାହିଁ

ବେଞ୍ଜାମିନ ନେତାନ୍ୟାହୁଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ, ୩୦/୦୯: ମଧ୍ୟପ୍ରାଚ୍ୟରେ ଅସ୍ଥିରତା ବଢୁଥିବା ବେଳେ ଚିନ୍ତା ପ୍ରକଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ମଧ୍ୟପ୍ରାଚ୍ୟ ସଂଘର୍ଷକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ସହ ଟେଲିଫୋନ୍ ମାଧ୍ୟମରେ ଆଲୋଚନା କରିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଆମ ବିଶ୍ବରେ ଆତଙ୍କବାଦର କୌଣସି ସ୍ଥାନ ନାହିଁ। ଶାନ୍ତି ଏବଂ ସ୍ଥିରତା ଶୀଘ୍ର ପୁନରୁଦ୍ଧାର ପାଇଁ ପ୍ରୟାସକୁ ସମର୍ଥନ କରିବା ପାଇଁ ଭାରତ ପ୍ରତିଶ୍ରୁତିବଦ୍ଧ। ଦେଶରେ ଆଞ୍ଚଳିକ ଉତ୍ତେଜନାକୁ ରୋକିବା ଉପରେ ଗୁରୁତ୍ୱାରୋପ କରିଛନ୍ତି ମୋଦି।