ବାପୁଜୀଙ୍କ ଜନ୍ମ ଜୟନ୍ତୀ

ବିଧାନସଭା ପରିସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ

ଭୁବନେଶ୍ୱର, ୦୨/୧୦: ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୫ ତମ ଜନ୍ମ ଦିବସ ଅବସରରେ ଗାନ୍ଧୀଙ୍କ ସ୍ମୃତି ଚାରଣ କରିଛି ସାରା ଦେଶ। ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ଓଡ଼ିଶା ବିଧାନସଭା ପରିସରରେ ଆୟୋଜିତ ହୋଇଯାଇଛି ସ୍ୱତନ୍ତ୍ର କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମାନ୍ୟବର ରାଜ୍ୟପାଳ ଶ୍ରୀ ରଘୁବର ଦାସ, ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ତଳର ସଦସ୍ୟ ଓ ବିଧାୟକ ଗଣ।