ବିଧାନସଭା ପରିସରରେ ଗୋପବନ୍ଧୁ ଜୟନ୍ତୀ ପାଳନ

ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତି

ଭୁବନେଶ୍ବର, ୦୯/୧୦: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ପୁଷ୍ପ ମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିବା ସହ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ସ୍ମୃତିଚାରଣ କରିଥିଲେ।