ଧନେଶ୍ଵର ମାଝୀଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଶୋକ ପ୍ରକାଶ

ପୂର୍ବତନ ରାଜ୍ୟସଭା ସାଂସଦ ତଥା ଓଡ଼ିଶାର ବିଶିଷ୍ଟ ନେତା ଧନେଶ୍ଵର ମାଝୀଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୋକ ପ୍ରକାଶ କରିଛନ୍ତି।

ରାଜ୍ୟ ରାଜନୀତିରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି

ଭୁବନେଶ୍ୱର, ୦୯/୧୦: ପୂର୍ବତନ ରାଜ୍ୟସଭା ସାଂସଦ ତଥା ଓଡ଼ିଶାର ବିଶିଷ୍ଟ ନେତା ଧନେଶ୍ଵର ମାଝୀଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ l

ଧନେଶ୍ଵର ମାଝୀ ୧୯୭୮ ରୁ ୧୯୮୪ ମସିହା ପର୍ଯ୍ୟନ୍ତ ଓଡିଶାରୁ ରାଜ୍ୟସଭାକୁ ସାଂସଦ ଭାବେ ପ୍ରତିନିଧିତ୍ଵ କରିଥିଲେ l ଏହା ସହ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ କେସିଙ୍ଗା ନିର୍ବାଚନ ମଣ୍ଡଳୀରୁ ୫ ଥର ବିଧାୟକ ରୂପେ ନିର୍ବାଚିତ ହୋଇଥିଲେ l ଚାରି ଦଶନ୍ଧି ଧରି ଉଭୟ ରାଜ୍ୟ ତଥା ଜାତୀୟ ରାଜନୀତିରେ ତାଙ୍କର ଉଲ୍ଲେଖନୀୟ ଆଭିମୁଖ୍ୟ ରହିଥିଲା l ଜୀବନବ୍ୟାପୀ ସେ ଲୋକଙ୍କ ସେବା କରିବାରେ ନିଜକୁ ଉତ୍ସର୍ଗୀକୃତ କରିଥିଲେ l ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି l ଜଣେ ଦକ୍ଷ ରାଜନେତା ଭାବେ ତାଙ୍କ ଅବଦାନ ସର୍ବଦା ଚିରସ୍ମରଣୀୟ ହୋଇ ରହିବ ବୋଲି କହିଛନ୍ତି l

ଏହି ଦୁଃଖଦ ସମୟକୁ ସାମନା କରିବାକୁ ପ୍ରଭୁ ଜଗନ୍ନାଥ ତାଙ୍କ ପରିବାରବର୍ଗଙ୍କୁ ଅସୀମ ଶକ୍ତି ଓ ଧର୍ଯ୍ୟ ପ୍ରଦାନ କରନ୍ତୁ l ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି l