କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ପ୍ରଭାତ ସାମନ୍ତରାୟଙ୍କ ଦେହାନ୍ତ

ବ୍ରେନ ଷ୍ଟ୍ରୋକରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ

ଭୁବନେଶ୍ବର, ୧୭/୧୦: କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ପ୍ରଭାତ ସାମନ୍ତରାୟଙ୍କର ଆଜି ପରଲୋକ ଘଟିଛି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବ୍ରେନ ଷ୍ଟ୍ରୋକରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ଶ୍ରୀ ସାମନ୍ତରାୟଙ୍କ ପୁଅ ସିଦ୍ଧାର୍ଥ ଏ ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଶ୍ରୀ ସାମନ୍ତରାୟ ୧୯୯୮ ଓ ୧୯୯୯ ନିର୍ବାଚନରେ ବିଜେଡି ପ୍ରାର୍ଥୀ ଭାବେ ସଫଳତାର ସହ ନିର୍ବାଚନ ଲଢ଼ି ଲୋକସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କର ବିୟୋଗ ପରେ ରାଜନୈତିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି।