ଆସନ୍ତା ୩ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ପ୍ରବଳ ବର୍ଷିବ

ସତର୍କ ସୂଚନା ଜାରି କଲା ଆଇଏମଡି

ଭୁବନେଶ୍ବର, ୨୩/୧୦: ଆସନ୍ତା ୩ ଘଣ୍ଟା ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର କେତେକ ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ମଧ୍ୟମରୁ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଖୁବ ଶୀଘ୍ର ସୁରକ୍ଷିତ ସ୍ଥାନକୁ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ସୂଚନାଯୋଗ୍ୟ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଦାନା’ ଅକ୍ଟୋବର ୨୪ ରାତି କିମ୍ବା ୨୫ ତାରିଖ ସକାଳେ ଭିତରକନିକା ଓ ଧାମରା ମଝିରେ ସ୍ଥଳଭାଗ ଛୁଇଁବ। ଏହାର ପ୍ରଭାବରେ ଅକ୍ଟୋବର ୨୬ ଯାଏଁ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପବନ ଠାରୁ ଅଧିକ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।