ବାତ୍ୟା ସତର୍କ ସୂଚନା ମାନିବାକୁ ସାଧାରଣ ଲୋକଙ୍କୁ ପରାମର୍ଶ

ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବାକୁ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଧର୍ମେନ୍ଦ୍ରଙ୍କ ଅନୁରୋଧ

ଭୁବନେଶ୍ବର, ୨୩/୧୦: ସମ୍ଭାବ୍ୟ ସାମୁଦ୍ରିକ ବାତ୍ୟା ‘ଦାନା’ ଦ୍ବାରା ଜଗତସିଂହପୁର, ଭଦ୍ରକ, ମୟୂରଭଞ୍ଜ, ପୁରୀ, କେନ୍ଦ୍ରାପଡ଼ା, ଗଞ୍ଜାମ, କେନ୍ଦୁଝର, ବାଲେଶ୍ବର, ଯାଜପୁର, ଖୋର୍ଦ୍ଧା ଓ କଟକ ଜିଲ୍ଲା ବିଶେଷ ଭାବରେ ପ୍ରଭାବିତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ସବୁପ୍ରକାର ବ୍ୟବସ୍ଥା କରାଯାଉଛି ।

ରାଜ୍ୟରେ ଧନ ଜୀବନକୁ ସୁରକ୍ଷିତ ରଖିବା ସହିତ ବାତ୍ୟାର ସଫଳ ମୁକାବିଲା କରିବା ନିମନ୍ତେ ଆମ ସରକାର ସମ୍ପୂର୍ଣ ରୂପେ ପ୍ରସ୍ତୁତ ଅଛନ୍ତି । ଏଭଳି ସମୟରେ ଜନସାଧାରଣ ରାଜ୍ୟ ସରକାର ଏବଂ ସ୍ଥାନୀୟ ପ୍ରଶାସନ ଦ୍ବାରା ଜାରି କରାଯାଇଥିବା ବାତ୍ୟା ସତର୍କ ସୂଚନା ମାନିବାକୁ ଅନୁରୋଧ କରୁଛି ।

ଆମ ଦଳର କାର୍ଯ୍ୟକର୍ତ୍ତାମାନେ ନିଜର ଶକ୍ତି ଓ ସାମର୍ଥ୍ୟ ସହ ବାତ୍ୟା ପ୍ରଭାବିତ ହେବାକୁ ଥ‌ିବା ସ୍ଥାନର ଲୋକମାନଙ୍କୁ ସାହାଯ୍ୟ ସହଯୋଗ କରିବା ପାଇଁ ଅନୁରୋଧ କରୁଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ରାଜ୍ୟରେ ଜନସାଧାରଣଙ୍କର କିଛି କ୍ଷତି ନ ହେଉ, ଏହା ହିଁ ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା ।