ଲଗାଣ ବର୍ଷା: ରେଡ ଆଲର୍ଟରେ ୭ ଜିଲ୍ଲା

ପାରାଦ୍ଵୀପରେ ସର୍ବାଧିକ ବର୍ଷା ରେକର୍ଡ

ଭୁବନେଶ୍ବର, ୨୪/୧୦: ରାଜ୍ୟରେ ବାତ୍ୟା ‘ଦାନା’ ପ୍ରଭାବରେ ଲଗାଣ ବର୍ଷା ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ଅର୍ଥାତ ୨୫ ତାରିଖ ପାଇଁ ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ବାଲେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଥିବା ବେଳେ ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୟାଗଡ଼ ଓ ବୌଦ୍ଧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଉପକୂଳ ଜିଲ୍ଲାଗୁଡିକରେ ଲଗାଣ ବର୍ଷାରେ ପାରାଦ୍ୱୀପରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ପାରାଦ୍ବୀପରେ ୬୨.୯ ମିମି, ଚାନ୍ଦବାଲିରେ ୪୬.୨ ମିମି, କୁଜଙ୍ଗ ଓ ରାଜକନିକାରେ ୨୭.୦ ମିମି, ରାଜନଗରରେ ୨୪.୦ ମିମି, ନୀଳଗିରିରେ ୨୩.୦ ମିମି, ପଟ୍ଟାମୁଣ୍ଡାଇରେ ୨୨.୫ ମିମି, ଆଳିରେ ୨୧.୦ ମିମି, ସୋର ଓ ବେତନଟୀରେ ୧୯.୦ ମିମି ଏବଂ ଔପଦାରେ ୧୮.୦ ମିମି ବର୍ଷା ରେକର୍ଡ କରାଯାଇଛି।