ଭୁବନେଶ୍ବରରେ ଓମ୍ ବିର୍ଲା

ରାଜଭବନରେ ଭବ୍ୟ ସ୍ୱାଗତ

ଭୁବନେଶ୍ବର, ୨୭/୧୦: ଆଜି ଲୋକସଭା ବାଚସ୍ପତି ଓମ୍ ବିର୍ଲା ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି। ରାଜଭବନରେ ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ ରାଜ୍ୟପାଳ ରଘୁବର ଦାସ। ଏହି ଅବସରରେ ବାଚସ୍ପତି ଶ୍ରୀ ବିର୍ଲା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। କିଟ୍ ବିଶ୍ୱବିଦ୍ୟାଳୟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଭୁବନେଶ୍ୱର ଆସିଛନ୍ତି ବାଚସ୍ପତି।