୧୯ ଅଗଷ୍ଟରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଅବପାତ ରୂପରେ ଉତ୍ତର-ଛତିଶଗଡ ଏବଂ ପାର୍ଶ୍ୱବର୍ତ୍ତୀ ପୂର୍ବ-ମଧ୍ୟପ୍ରଦେଶ ଅଞ୍ଚଳରେ ସକ୍ରିୟ ରହିଛି। ଗତ ୬ ଘଣ୍ଟା ମଧ୍ୟରେ ଅବପାତ ଘଣ୍ଟା ପ୍ରତି ୨୧ କିମି ବେଗରେ ଗତି କରି ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୧୨ ଘଣ୍ଟା ପର୍ଯ୍ୟନ୍ତ ନିଜର ତୀବ୍ରତା ବଜାୟ ରଖିବାର ସମ୍ଭାବନା ରହିଛି।

ଅପରପକ୍ଷରେ ଆସନ୍ତା ଅଗଷ୍ଟ ୧୯ ତାରିଖ ବେଳକୁ ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।