ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫୫ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୩୩୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୧୩ଜଣ, ଦେବଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୪ଜଣ, ଷ୍ଟେଟ ପୁଲ୍‌ରୁ ୧୩ଜଣ ରହିଛନ୍ତି ।