ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮୮୧୩ କରୋନା ପଜିଟିଭ୍

ନୂଆଦିଲ୍ଲୀ: କମିଲା କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ ବଢିବା ପରେ ପୁଣି କମିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ ହ୍ରାସ ପାଇଛି। ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୯ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୮୮୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୧୧୨୫୨ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୬ ଲକ୍ଷ ୩୮ ହଜାର ୮୪୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୭୦୯୮ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।